Report Card Odisha

| Daily Odia News

ଲୋକସେବା ଭବନକୁ ମୁଣ୍ଡିଆ ମାରି ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବ ଭବନକୁ ପାଛୋଟି ନେବାକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ବହୁ କ୍ୟାବିନେଟ୍ ମନ୍ତ୍ରୀ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ, ଆଇଏଏସ୍ ଏବଂ ଓଏଏସ୍ କର୍ମଚାରୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଭଗ୍ୟ ସ୍ୱାଗତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ସଜେଇ ହୋଇଛି ଲୋକସେବା ଭବନ ପରିସର। ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ୨୨ ଦିନ ହେଲା ରାଜ୍ୟ ଅତିଥି ଭାବନରେ ଚାଲିଥିଲା ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ। ଏହାପରେ ଆଜିଠୁ ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ମନ୍ତ୍ରପାଠ ସହ ୮ ଜଣ ବ୍ରାହ୍ମଣ ପୂଜା କରିଛନ୍ତି। ନବୀନ ପଟ୍ଟନାୟକ ଯେଉଁ ଚ୍ୟାମ୍ବରରେ ବସୁଥିଲେ, ସେହି ଚ୍ୟାମ୍ବରରେ ମୋହନ ମାଝୀ ବସିବେ। କିନ୍ତୁ ବସିବା ସ୍ଥାନ ପରିବର୍ତ୍ତନ ହୋଇଥିବାନେଇ ଜଣାପଡିଛି |

Breaking News