ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ଜୁଲାଇ ୭ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ। ତେବେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ସ୍ଥାନରେ ମୋଟ ବର୍ଷା ୫୦ରୁ ୬୦ମିମି ରହିବ। ଜୁଲାଇ ପ୍ରଥମମାର୍ଦ୍ଧରେ ରାଜ୍ୟରେ ବର୍ଷା ପରିମାଣ ୨୫% ନିଅଣ୍ଟିଆ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ଦେବଗଡ଼ରେ ୮୦ ମିମିରୁ ଅଧିକ ବର୍ଷା ହୋଇପାରେ। ଜୁଲାଇ ୪ ତାରିଖରେ ମଧ୍ୟମ ପରିମାଣର ବର୍ଷା ହେବ। ୬ ତାରିଖ ଯାଏ ବିକ୍ଷିପ୍ତ ଭାବେ ସ୍ପଳ୍ପ ପରିମାଣର ବର୍ଷା ହୋଇପାରେ। ୧୦ରୁ ୧୭ ତାରିଖ ମଧ୍ୟରେ ଉତ୍ତର ଉପକୂଳରେ ମୋଟ ୫୦ରୁ ୬୦ମିମି ବର୍ଷା ହେବାର ସମ୍ଭାବନା ଅଛି। ଅନ୍ୟ ଅଞ୍ଚଳରେ ୭୦ରୁ ୮୦ମିମି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି। ଜୁଲାଇ ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ନିଅଣ୍ଟିଆ ବର୍ଷା ସତ୍ତ୍ବେ ଚାଷ କାମରେ କୌଣସି ସମସ୍ୟା ହେବନି କାରଣ ମଝିରେ ମଝିରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି।






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..