ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ବସିଥିଲା । ରାଜ୍ୟରେ ଥିବା ଦୁର୍ବଳ ନଦୀବନ୍ଧ ଓ ଅତୀତରେ ସୃଷ୍ଟି ହୋଇଥିବା ଘାଇକୁ ତୁରନ୍ତ ମରାମତି କରିବାକୁ ଜଳସେଚନ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେମିତି ପ୍ରବଳ ବର୍ଷା ଯୋଗୁ ସହରାଞ୍ଚଳରେ ବନ୍ୟା ସୃଷ୍ଟି ହେଉଛି।କଟକ-ଭୁବନେଶ୍ୱର ଓ ରାଜ୍ୟର ଅନ୍ୟ ସହରାଞ୍ଚଳରେ ଅସରାଏ ବର୍ଷାରେ କୃତ୍ରିମ ବନ୍ୟା ସୃଷ୍ଟି ହେଉଛି। ଏହାର ପରିଚାଳନା ପାଇଁ ଦିଲ୍ଲୀ IITର ସହାୟତାରେ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ। ଏହାର ମୁକାବିଲା ପାଇଁ ପୌରାଞ୍ଚଳରେ ଥିବା ଡ୍ରେନ୍ ଗୁଡିକର ପଙ୍କ ଉଦ୍ଧାର କରି ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ନଗର ଉନ୍ନୟନ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ, ଜିଲ୍ଲା ଓ ଅନ୍ୟାନ୍ୟ କାର୍ଯ୍ୟାଳୟରେ ୨୪ ଘଣ୍ଟା କଣ୍ଟ୍ରୋଲ ରୁମ୍ କାର୍ଯ୍ୟ କରିବ। ସାଧାରଣତଃ ବର୍ଷା ଦିନେ ସାପ କାମୁଡାର ଅଧିକ ସମ୍ଭାବନା ରହିଥିବାରୁ ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡା ଇଞ୍ଜେକ୍ସନ (ଆଣ୍ଟି ସ୍ନେକ୍ ଭେନମ୍) ଗଚ୍ଛିତ ରଖନ୍ତୁ। ମୋବାଇଲ୍ ଆପ୍ ମାଧ୍ୟମରେ ଯେପରି ଭାବରେ ଜନସାଧାରଣଙ୍କୁ ବିଭିନ୍ନ ବିପର୍ଯ୍ୟୟ ବିଷୟରେ ଆଗୁଆ ସୂଚନା ଦିଆଯାଇପାରିବ, ସେଥିପାଇଁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ରାଜ୍ୟରେ ବିପର୍ଯ୍ୟୟ ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି । ଆଜି ବିପର୍ଯ୍ୟୟ ପରିଚାଳନା ବୈଠକ ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ସରକାର ମାଇକ୍ରୋ ପ୍ଳାନିଂ ପ୍ରସ୍ତୁତ କରୁଛନ୍ତି, ଏନେଇ ଅନେକ ପ୍ରସ୍ତାବ ଆସିଛି । ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ତ୍ରୁଟି ଶୂନ୍ୟ ଯୋଜନା କରାଯିବ । ବିପର୍ଯ୍ୟୟ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଥିବା କହିଛନ୍ତି ସୁରେଶ ପୂଜାରୀ । ଏହା ସହିତ ଓଡ଼ିଶା ସରକାର ଲୋକଙ୍କ ରକ୍ଷା କବଚ ହେବ ବୋଲି ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି |।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……