ରିପୋର୍ଟ କାର୍ଡ / ଭୁବନେଶ୍ୱର
କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ ହୋଇଛି। ଭୁବନେଶ୍ବର ବାସଭବନରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ସେ କାକଟପୁର ନିର୍ବାଚନ ମଣ୍ଡଳୀରୁ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସୁରେନ୍ଦ୍ର ନାୟକ କୃଷି ଓ ଶିକ୍ଷା ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ। ୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି। ଉଲ୍ଲେଖଯୋଗ୍ୟ, ମସ୍ତିଷ୍କାଘାତରେ ଆକ୍ରାନ୍ତ ହୋଇ ୨୦୧୯ ମସିହାରୁ ଶ୍ରୀ ନାୟକ ଅସୁସ୍ଥ ଥିଲେ।






More Stories
ପୁଣି ୨ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର…..
ସିଧା ଏନକାଉଣ୍ଟର…..
OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ ଜେନା…..