ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୨ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ହୋଇ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟଦିବସ ଥିବାବେଳେ ଜୁଲାଇ ୨୫ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ ବୋଲି ଜଣାପଡ଼ିଛି । ବିଧାନସଭା ସଚିବାଳୟ ପକ୍ଷରୁ ଜାରି କାର୍ଯ୍ୟସୂଚୀ ଅନୁସାରେ, ୨୨ତାରିଖରେ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ। ଏହାପରେ ୨୩ତାରିଖରେ ଉପବାଚସ୍ପତି ନିର୍ବାଚନ ଘୋଷଣା ଓ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବକୁ ନେଇ ୨ଦିନ ଧରି ଆଲୋଚନା ହେବ । ୨୪ତାରିଖରେ ଉପବାଚସ୍ପତି ନିର୍ବାଚନ ଶେଷ ହେବ । ୨୫ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଅର୍ଥମନ୍ତ୍ରୀ ତଥା ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥାପିତ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଜୁଲାଇ ୨୯ରୁ ୩୧ତାରିଖ ପର୍ଯ୍ୟନ୍ତ ବଜେଟ୍ ଉପରେ ସାଧାରଣ ଆଲୋଚନା ହେବ । ଅଗଷ୍ଟ ୧ରୁ ୧୯ତାରିଖ ପର୍ଯ୍ୟନ୍ତ ବିଧାନସଭା ଅଧିବେଶନ ବନ୍ଦ ରହିବ । ଦ୍ୱିତୀୟ ପର୍ଯ୍ୟାୟରେ ବିଧାନସଭାର ଅଧିବେଶନ ଅଗଷ୍ଟ ୨୦ରୁ ଆରମ୍ଭ ହୋଇ ବିଭାଗୀୟ ବଜେଟ୍ ଅନୁଦାନ ଉପରେ ଆଲୋଚନା ହେବ । ସେପ୍ଟେମ୍ବର ୧୦ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷର ବ୍ୟୟମଞ୍ଜୁରୀ ବିଲ୍ ଉପସ୍ଥାପିତ ହେବ । ସେପ୍ଟେମ୍ବର ୧୨ ଓ ୧୩ତାରିଖରେ ପ୍ରାଇଭେଟ୍ ମେମ୍ବର୍ସ ବିଲ୍ ପାଇଁ ଉଦ୍ଦିଷ୍ଟ ରହିଛି । ଏହି ଅଧିବେଶନ ମୋଟ ୨୭ଟି ଦିନ ବସିବାର ଧାର୍ଯ୍ୟ ହୋଇଛି । ସୂଚନାଯୋଗ୍ୟ, ରାଜ୍ୟରେ ପ୍ରଥମ ବିଜେପି ସରକାରର ଏହା ପ୍ରଥମ ବଜେଟ୍ ଅଧିବେଶନ






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….