Report Card Odisha

| Daily Odia News

ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ …..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ/ ଭୁବନେଶ୍ୱର

ଆଜି ପବିତ୍ର ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ ଏକାଉଣ୍ଟରେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି । ଆଜି ଦେଶ ତଥା ବିଶ୍ଵର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଉତ୍କଣ୍ଠାର ସହିତ ଅପେକ୍ଷା କରି ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ରଥଯାତ୍ରା ଅବସରରେ ବିଶ୍ଵର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଏହି ମହାପର୍ବ ଅବସରରେ ମୁଁ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କଙ୍କ ନିକଟରେ ପ୍ରାର୍ଥନା କରୁଛି। ରାଜ୍ୟ ତଥା ଦେଶର ଉନ୍ନତି ଓ ସମସ୍ତଙ୍କର ସୁଖ ଓ ଶାନ୍ତି ପାଇଁ ସେ ବିଶ୍ଵନିୟନ୍ତାଙ୍କ ନିକଟରେ ପ୍ରାର୍ଥନା କରୁଛି।

Breaking News