ରିପୋର୍ଟ କାର୍ଡ / ପୁରୀ
ରତ୍ନବେଦୀରୁ ଜନ୍ମବେଦୀ ଅଭିମୁଖେ ଶ୍ରୀଜିଉ। ଗତକାଲି ବଡଦାଣ୍ଡରେ ଅଟକି ରହିଥିବା ୩ ରଥକୁ ଆଜି ପୁଣି ଟାଣିବେ ଶ୍ରଦ୍ଧାଳୁ। ସିଂହଦ୍ୱାର ଠାରୁ ମାତ୍ର ଅଳ୍ପ ଦୂର ଯାଇ ଅଟକିଛନ୍ତି ମହାପ୍ରଭୁ। ରାଜନଅର ସମ୍ମୁଖରେ ଅଟକି ରହିଛି ସୁଭଦ୍ରାଙ୍କ ଦର୍ପଦଳନ। ମରିଚିକୋଟ ଛକରେ ଅଟକି ରହିଛି ବଳଭଦ୍ରଙ୍କ ତାଳଧ୍ୱଜ ରଥ। ଏଥିପାଇଁ ଲୋକାରଣ୍ୟ ହୋଇଛି ପୁରୀ ବଡ଼ଦାଣ୍ଡ। ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତି ଓ ଭାବରେ ଭିଜୁଛି ଶ୍ରୀକ୍ଷେତ୍ର। ପୁରୀରେ ଦେଶ ତଥା ବିଦେଶରୁ ଭକ୍ତଙ୍କ ସମାଗମ ହୋଇଛି। ୫ ଦଶନ୍ଧି ପରେ ଏଥର ଏକାଦିନେ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଭଳି ବିରଳ ସଂଯୋଗ ପଡୁଥିବାରୁ ଏଥର ଦୁଇଦିନିଆ ରଥଟଣା ।






More Stories
ଔଷଧ ଉପରେ ୧୦୦ ପ୍ରତିଶତ ଟାରିଫ୍ ଲଗାଇଲେ ଟ୍ରମ୍ପ…..
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ବିମାନରେ ନିଆଁ….