ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ,ଆଗାମୀ ୪ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ୧୩, ୧୪ ଓ ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୩ ତାରିଖରେ ମାଲକାନଗିରି,ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି , କନ୍ଧମାଳ, ମୟୂରଭଞ୍ଜ ଓ କେଉଁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ବିଜୁଳି ଘଡ଼ଘଡ଼ି ମଧ୍ୟ ହେବ। ସେହିପରି ୧୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,ଦେବଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୫ ତାରିଖରେ ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ତେବେ ଏହି ସବୁ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୂଚନାଯୋଗ୍ୟ,ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ହେଲେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।






More Stories
ନବ ଦାସ ହତ୍ୟା ଘଟଣା:ପିଏସ୍ଓଙ୍କ ସାକ୍ଷ୍ୟ ଗ୍ରହଣ…..
ବଜେଟ ଅନ୍ତସାର ଶୂନ୍ୟ ଓ କେବଳ ପ୍ରଚାରଧର୍ମୀ:ବିଜେଡି…..
ଏପ୍ରିଲ ୧ରୁ ରାଜ୍ୟରେ ଏସଆଇଆର…..