ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ ନେଇ ଉଦବେଗ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଏହି ଘଟଣାକୁ ନିନ୍ଦା କରିବା ସହ ଟ୍ରମ୍ପଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ କହିଛନ୍ତି ରାଜନୀତି ଓ ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ପେନସିଲଭାନିଆରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର ବେଳେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ ହୋଇଛି। ଗୁଳିମାଡରେ ଟ୍ରମ୍ପ ଆହତ ହୋଇଛନ୍ତି। ତାଙ୍କ ଡାହାଣ କାନରେ ଗୁଳି ବାଜିଛି। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିମାଡରେ ସନ୍ଦିଗ୍ଧ ଆକ୍ରମଣକାରୀର ମଧ୍ୟ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଚିକିତ୍ସା ପରେ ଟ୍ରମ୍ପଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ସେପଟେ ଏହି ଘଟଣାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ନିନ୍ଦା କରିଛନ୍ତି।






More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..