ରିପୋର୍ଟ କାର୍ଡ / ପୁରୀ
ନବଦିନାତ୍ମକ ଯାତ୍ରା ସାରି ସାରି ବାହୁଡ଼ିଛନ୍ତି ଶ୍ରୀଜିଉ। ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସିଂହଦ୍ୱାରରେ ପହଞ୍ଚିଛନ୍ତି। ସିଂହଦ୍ୱାରରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପ୍ରବଳ ଭିଡ଼ ଜମିଛି। ଆସନ୍ତାକାଲି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ମହଣ ମହଣ ରତ୍ନ ଅଳଙ୍କାରରେ ଆଭୂଷିତ ହେବେ ଶ୍ରୀଜିଉ। ତା’ପରେ ଅଧରପଣା ଏବଂ ଶୁକ୍ରବାର ରହିଛି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ।ଗତକାଲି ସୁରୁଖୁରୁରେ ମହାବାହୁଙ୍କ ବାହୁଡା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଲକ୍ଷ୍ମୀ-ନାରାୟଣ ଭେଟ ପାଇଁ ଶ୍ରୀନଅର ସମ୍ମୁଖରେ ଅଟକିଥିଲେ କାଳିଆ ସାଆନ୍ତ। ଶ୍ରୀନଅରରୁ ବାହାରିମାଆ ଲକ୍ଷ୍ମୀଙ୍କୁ ରଥ ନିକଟକୁ ଆଣିଥିଲେ ଗଜପତି।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..