ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଥିବା ଆସିଷ୍ଟାଂଟ ସେକ୍ସନ ଅଫିସର(ଏଏସଓ) ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି । ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀ ପ୍ରଧାନଙ୍କୁ ତତ୍କାଳ ପ୍ରଭାରୁ ଗୃହ ବିଭାଗକୁ ବଦଳି କରାଯାଇଛି । ସଂସଦୀୟ ବ୍ୟାପାର ବିଭାଗରେ କାର୍ଯ୍ୟରତ ଏଏସଓ ଶ୍ରୀ ପ୍ରଧାନ ରାଜଭବନକୁ ଡେପୁଟେସନରେ ଯାଇଛନ୍ତି । ଆଜି ତାଙ୍କୁ ଗୃହ ବିଭାଗକୁ ବଦଳି କରାଯିବା ସହ ଖାଲିଥିବା ପଦବୀରେ ନିଯୁକ୍ତି ମିଳିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି ।ଉଲ୍ଲେଖଯୋଗ୍ୟ, ଶ୍ରୀ ପ୍ରଧାନ ରାଜ୍ୟପାଳଙ୍କ ପୁଅ ଲଳିତଙ୍କ ବିରୁଦ୍ଧରେ ମରଣାନ୍ତକ ଆକ୍ରମଣର ଅଭିଯୋଗ ଆଣିଥିଲେ । ଏପରିକି ପୁରୀ ସମୁଦ୍ରକୂଳ ଥାନାରେ ମଧ୍ୟ ଏନେଇ ବିଧିବଦ୍ଧ ଏତଲା ରୁଜୁ ହୋଇଥିଲା






More Stories
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……
ଗାଡ଼ିର ବୈଧ କାଗଜପତ୍ର କରିବା ସମୟ ବୃଦ୍ଧି…..
ଅଭିଯୁକ୍ତର ଘର ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ…..