ରିପୋର୍ଟ କାର୍ଡ / ପୁରୀ
ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି । ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ବାରରେ ରଥ ଉପରୁ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଇଛନ୍ତି ତିନି ଠାକୁର। ସୁନାର କିରୀଟ, କୁଣ୍ଡଳ, ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା ମାଳି, କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ହଳମୂଷଳ, ଚକ୍ର, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା, ତଡ଼ଗି ଆଦି ଅଳଙ୍କାର ପିନ୍ଧି ଶ୍ରୀଜିଉ ଦର୍ଶନ ଦେଉଛନ୍ତି | ଲକ୍ଷ ଲକ୍ଷ ଭକ୍ତଙ୍କର ସମାଗମ ହୋଇଛି | ରାତି ୧୧ଟାରେ ସୁନାବେଶ ଦର୍ଶନ ବନ୍ଦ ହେବ । ଗୁରୁବାର ଜୁଲାଇ ୧୮ରେ ରତ୍ନଭଣ୍ଡାର ଖୋଲିବ । ଭଣ୍ଡାର ମେକାପ ସେଥିରେ ବ୍ୟସ୍ତ ରହିବେ । ତେଣୁ ସୁନାବେଶ ଦର୍ଶନ ସମୟ ବଢିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି । ସୁନାବେଶରେ ମଧ୍ୟ ରଥ ଉପରେ ସେବାୟତଙ୍କୁ ମୋବାଇଲ୍ ବାରଣ କରାଯାଇଛି।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..