ରିପୋର୍ଟ କାର୍ଡ / ଫୁଲବାଣୀ
ଦୀର୍ଘ ଚାରି ମାସ ଧରି ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲି ଥିବା ବିବାଦର ଅନ୍ତ ଘଟିଛି। ଆଜି ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ପରାଜିତ ହୋଇଛନ୍ତି ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି। ୧୩ ଜଣ କାଉନସିଲରଙ୍କ ମଧ୍ୟରୁ ୧୧ ଜଣ ମତଦାନରେ ଅଂଶଗ୍ରହଣ କରିଥିଲେ। ୧୦ ଜଣ ଅନାସ୍ଥା ସପକ୍ଷରେ ଭୋଟ ଦେଇ ଥିବା ବେଳେ ଗୋଟିଏ ଭୋଟ ନାକଚ ହୋଇଥିଲା। ବିଜେପିର ଦୁଇ କାଉନସିଲର ଆଜିର ବୈଠକରେ ଅନୁପସ୍ଥିତ ରହିଥିଲେ। ସୂଚନାଯୋଗ୍ୟ, ସ୍ମିତାରାଣୀ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ଜିତି ପୌରାଧ୍ୟକ୍ଷା ହୋଇଥିଲେ। ବର୍ତ୍ତମାନ ଫୁଲବାଣୀ ପୌର ପରିଷଦରେ ବିଜେଡିର ୭ ଜଣ କାଉନସିଲର ଥିବା ବେଳେ ବିଜେପିର ୪ ଜଣ ଅଛନ୍ତି। ଦୁଇ ସ୍ବାଧୀନ କାଉନସିଲର ବିଜେଡିକୁ ସମର୍ଥନ ଦେଉଛନ୍ତି। ଗତ ଏପ୍ରିଲ ୧୦ ତାରିଖରେ ବିଜେଡିର ୭, ବିଜେପିର ଦୁଇ ଓ ଦୁଇ ସ୍ବାଧୀନ କାଉନସିଲରଙ୍କୁ ମିଶାଇ ସମୁଦାୟ ୧୧ ଜଣ ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣିଥିଲେ। ଏ ନେଇ ବୈଠକ ପୂର୍ବରୁ ଦୁଇ ଥର ବିଭିନ୍ନ କାରଣରୁ ବାତିଲ ହୋଇ ଶେଷରେ ଆଜି ଅନାସ୍ଥା ଉପରେ ଆଲୋଚନା ସହ ମତଦାନ ଅନୁଷ୍ଠିତ ହୋଇଥିଲା।






More Stories
ନବ ଦାସ ହତ୍ୟା ଘଟଣା:ପିଏସ୍ଓଙ୍କ ସାକ୍ଷ୍ୟ ଗ୍ରହଣ…..
ବଜେଟ ଅନ୍ତସାର ଶୂନ୍ୟ ଓ କେବଳ ପ୍ରଚାରଧର୍ମୀ:ବିଜେଡି…..
ଏପ୍ରିଲ ୧ରୁ ରାଜ୍ୟରେ ଏସଆଇଆର…..