ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶାସକ ବିଜେପି ପକ୍ଷରୁ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ଉପବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି। ବିଧାନସଭାରେ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ବିଜେପି ଉପବାଚସ୍ପତି ପାଇଁ ବିଧାୟକ ଶ୍ରୀ ଭୋଇଙ୍କ ନାମ ଘୋଷଣା କରିଛି। ବିଧାନସଭା ସଚିବଙ୍କ ପାଖରେ ଶ୍ରୀ ଭୋଇ ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଆଜି ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଭବାନୀ ଭୋଇ ତଳସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଦୁଇ ଥର ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ଦୁଇଥର ବିଧାୟକ ହୋଇଥିବାରୁ ବିଧାନସଭା ପରିଚାଳନାରେ ତାଙ୍କର ଅଭିଜ୍ଞତା ରହିଛି।
More Stories
‘Gen-Z ବଞ୍ଚାଇବ ସମ୍ବିଧାନ: ରାହୁଲ…..
ଶ୍ରୀମୟୀଙ୍କ ପାଇଁ ବାହାରିଲେ ଦେବାଶିଷ…..
ରେଡ଼ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ଶୁଭମିତ୍ରାଙ୍କ ମର୍ଡର କେସ……