ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଦୁର୍ବଳ ହୋଇ ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ଆଭ୍ୟନ୍ତରୀଣ ଓଡ଼ିଶା ଓ ସଂଲଗ୍ନ ଛତିଶଗଡ଼ ଉପରେ ସକ୍ରିୟ ରହିଛି। ଏହା ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।ତେବେ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ଥିବା ବେଳେ କିଛି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଭଦ୍ରକ, ବାଲେଶ୍ୱର କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ,ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଅନୁଗୋଳ,ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
୧୬ରେ ରାଜ୍ୟସଭା ନିର୍ବାଚନ…..