ରିପୋର୍ଟ କାର୍ଡ / ଭୁବନେଶ୍ବର
ସପ୍ତଦଶ ଓଡ଼ିଶା ବିଧାନସଭାରେ ଭବାନୀ ଶଙ୍କର ଭୋଇ ଉପବାଚସ୍ପତି ହୋଇଛନ୍ତି। ତାଙ୍କର ନାମକୁ ଗୃହରେ ଆଜି ବାଚସ୍ପତି ସୁରମା ପାଢ଼ୀ ଘୋଷଣା କରିଛନ୍ତି। ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କୁ ଶାସକ ଦଳ ସମେତ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଓ କଂଗ୍ରେସର ନେତା ରାମଚନ୍ଦ୍ର କାଡ଼ାମ ସମର୍ଥନ ଜଣାଇଛନ୍ତି। ଶ୍ରୀ ଭୋଇ ନିର୍ଦ୍ଵନ୍ଦରେ ନିର୍ବାଚିତ ହେଲା ପରେ ତାଙ୍କୁ ବିଧାୟକମାନେ ଶୁଭେଚ୍ଛା ଜଣାଇଛନ୍ତି।ସୂଚନାଯୋଗ୍ୟ, ଭବାନୀ ଶଙ୍କର ଭୋଇ ହେଉଛନ୍ତି ସୁନ୍ଦରଗଡ଼ ଜିଲ୍ଲା ତଳସରା ବିଧାନସଭାରୁ ନିର୍ବାଚିତ ବିଧାୟକ। ସାଧାରଣ ନିର୍ବାଚନ-୨୦୨୪ରେ ସେ ତଳସରାରୁ ବିଜେପି ଟିକେଟରେ ବିଜୟୀ ହୋଇଛନ୍ତି।
More Stories
ପାକିସ୍ତାନର ଏଜେଣ୍ଡା ଜମ୍ମୁକଶ୍ମୀରରେ ଲାଗୁ ହେବ ନାହିଁ,କଂଗ୍ରେସ ଓ ପାକିସ୍ତାନର ଏଜେଣ୍ଡା ସମାନ…..
ଦୁର୍ଗାପୂଜାରେ ଲେଜର ଲାଇଟ ଓ ଫାୟାର ଗନ ମନା….
ନିର୍ମାଣ ହେବ ୧୧ ଏମଏସଏମଇ ପାର୍କ…..