ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ୟାରିସ୍ ଅଲିମ୍ପିକ୍ସର ଚତୁର୍ଥ ଦିନରେ ଭାରତକୁ ଆଉ ଏକ ଐତିହାସିକ ସଫଳତା ମିଳିଛି। ୧୦ମିଟର ଏୟାର ପିସ୍ତଲ ମିଶ୍ରିତ ବର୍ଗରେ କାଂସ୍ୟ ଜିତିଛନ୍ତି ମନୁ ଭାକର। ମହିଳା ୧୦ ମିଟର ଏୟାର ପିସ୍ତଲ୍ରେ ମନୁ ଭାକର ପ୍ୟାରିସ୍ ଅଲିମ୍ପିକ୍ସର ଦ୍ବିତୀୟ ଦିନରେ କାଂସ୍ୟ ପଦକ ଜିତି ୧୪୪ କୋଟି ଭାରତୀୟଙ୍କୁ ଚଳିତ ସଂସ୍କରଣର ପ୍ରଥମ ପଦକ ଭେଟି ଦେଇଥିଲେ। ତା’ ସହିତ ସୁଟିଂରୁ ପଦକ ଜିତିବାରେ ୨୨ ବର୍ଷୀୟା ମନୁ ପ୍ରଥମ ଭାରତୀୟ ମହିଳା ଓ ୧୦ ମିଟର ଏୟାର ପିସ୍ତଲ୍ ବର୍ଗରେ ପଦକ ଜିତିବାରେ ପ୍ରଥମ ଭାରତୀୟ ହେବାର ଗୌରବ ଲାଭ କରିଥିଲେ। ୧୨ ବର୍ଷ ପରେ ଭାରତକୁ ବନ୍ଧୁକ ଚାଳନାରୁ ପଦକ ମିଳିଥିବା ବେଳେ ମନୁ ଭାରତକୁ ଏକାସାଙ୍ଗରେ ୨ଟି ପଦକ ଭେଟି ଦେଇଛନ୍ତି। ପ୍ୟାରିସ୍ ଅଲିମ୍ପିକ୍ସର ଚତୁର୍ଥ ଦିନରେ ଅର୍ଥାତ୍ ଆଜି ପୁଣି ମନୁ ୧୦ମିଟର ଏୟାର ପିସ୍ତଲ ମିଶ୍ରିତ ବର୍ଗରେ କାଂସ୍ୟ ଜିତିଛନ୍ତି। ଏହି ପ୍ରତିଯୋଗିତାରେ ତାଙ୍କର ସାଥ୍ ଦେଇଥିଲେ ସରବଜୋତ୍ ସିଂହ। ସ୍ୱାଧୀନତା ପରେ ମନୁ ଅଲିମ୍ପିକ୍ସରେ ଦୁଇଟି ପଦକ ଜିତିଥିବା ପ୍ରଥମ ଭାରତୀୟ ଆଥଲେଟ୍ ହୋଇପାରିଛନ୍ତି।
More Stories
‘ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ….
ଲୁସାନେ ଡାଇମଣ୍ଡ ଲିଗ୍ ଦ୍ୱିତୀୟରେ ନୀରଜ ଚୋପ୍ରା……
ନବୀନଙ୍କୁ ଭେଟିଲେ ଅଲିମ୍ପିକ୍ସ ବିଜୟୀ ଭାରତୀୟ ହକିଦଳ…..