ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲଗାତର ଅଷ୍ଟମ ଥର ପାଇଁ ଅପରିବର୍ତ୍ତିତ ରେପୋ ରେଟ୍। ରେପୋ ରେଟ ବା ସୁଧ ହାରକୁ ୬.୫ ପ୍ରତିଶତରେ ରଖିଛନ୍ତି ରିଜର୍ଭ ବ୍ୟାଙ୍କ ଇଣ୍ଡିଆ। ବଜେଟ୍ ୨୦୨୪ ଆସିବା ପରେ ଅନୁଷ୍ଠିତ ହୋଇଥିବା ପ୍ରଥମ ମୁଦ୍ରା ନୀତି କମିଟି ବୈଠକରେ ଆରବିଆଇ ଏହି ନିଷ୍ପତ୍ତି ନେଇଥିବା ଆର୍ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଘୋଷଣା କରିଛନ୍ତି। ଏହାର ଅର୍ଥ ହେଉଛି ଆପଣଙ୍କ ଋଣ କିସ୍ତି(EMI) ବଢିବ ନାହିଁ କି ହ୍ରାସ ପାଇବ ନାହିଁ। କ୍ରମାଗତ ଅଷ୍ଟମ ଥର ପାଇଁ ରିଜର୍ଭ ବ୍ୟାଙ୍କ ରେପୋ ରେଟ୍କୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଛି। ସେପଟେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଜିଡିପି ଅଭିବୃଦ୍ଧି ହାର ୭.୨ ପ୍ରତିଶତ ହେବ ବୋଲି ଆକଳନ କରିଛି ଆର୍ବିଆଇ। ଏହାର ଅର୍ଥ ହେଉଛି ଯେ କେନ୍ଦ୍ରୀୟ ବ୍ୟାଙ୍କ ଜିଡିପି ଅଭିବୃଦ୍ଧି ଆକଳନକୁ ପରିବର୍ତ୍ତନ କରିନାହିଁ।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..