ରିପୋର୍ଟ କାର୍ଡ / ନୂଆଦିଲ୍ଲୀ/ ଭୁବନେଶ୍ୱର
ପ୍ୟାରିସ୍ ଅଲିମ୍ପିକ୍ସରେ ସ୍ପେନକୁ ପରାସ୍ତ କରି କାଂସ୍ୟ ପଦକ ହାସଲ କରିଛି ଭାରତ | ସ୍ପେନକୁ ୨-୧ ଗୋଲରେ ହରାଇ ଥିଲା ଭାରତ। ଅଧିନାୟକ ହରମନପ୍ରୀତ ସିଂହଙ୍କ ଡବଲ ଗୋଲ ବଳରେ ଭାରତ ଏହି ବିଜୟ ହାସଲ କରିଛି। ୫୨ ବର୍ଷ ପରେ ଲଗାତାର ୨ଟି ଅଲିମ୍ପିକ୍ସରେ ପଦକ ଜିତିଲା ଭାରତ। ୨୦୨୦ ଟୋକିଓ ଅଲିମ୍ପିକ୍ସରେ ବି ବ୍ରୋଞ୍ଜ ଜିତିଥିଲା ଭାରତ। ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ଭାରତୀୟ ପୁରୁଷ ହକି ଦଳ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରସ୍କାର ଘୋଷଣା କରିଛନ୍ତି। ଅଲିମ୍ପିକ୍ସ ପୁରୁଷ ହକିରେ ସ୍ପେନକୁ ୨-୧ ଗୋଲରେ ପରାସ୍ତ କରି ବ୍ରୋଞ୍ଜ ପଦକ ହାସଲ କରିବା ସହ ଦେଶ ପାଇଁ ଗୌରବ ଆଣିଥିବା ଭାରତୀୟ ହକି ଦଳକୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରସ୍କାର ରାଶି ଘୋଷଣା କରିଛନ୍ତି। ଭାରତୀୟ ହକି ଦଳର ସମସ୍ତ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା ଲେଖାଏଁ ଅର୍ଥରାଶି ଦିଆଯିବ। ଦଳରେ ଥିବା ସହଯୋଗୀ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ମିଳିବ। ତେବେ ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଭାବେ ୪ କୋଟି ଟଙ୍କା ପୁରସ୍କାର ଘୋଷଣା କରିଥିବା ଜଣାପଡିଛି।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..