ରିପୋର୍ଟ କାର୍ଡ / ସମ୍ବଲପୁର
ଉପର ମୁଣ୍ଡରେ ପ୍ରବଳ ବର୍ଷା ହେତୁ ହୀରାକୁଦରେ ଜଳସ୍ତର ବଢିଛି । ଏହାକୁ ଦୃଷ୍ଟିରେ ରଖି ଆଜି ଆଉ ୬ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଜଳ ଭଣ୍ଡାରରୁ ଗେଟ ଖୋଲିବା ପରେ ମହାନଦୀରେ ବଢିଛି ଜଳସ୍ତର। କଟକର ମୁଣ୍ଡଳୀଠାରେ ୫.୭୮ ଲକ୍ଷ୍ୟ କ୍ୟୁସେକ ବନ୍ୟାଜଳ ନିଷ୍କାସିତ ହେଉଛି। ମହାନଦୀ ଅବବାହିକାରେ ଥିବା ୧୦ଟି ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ସେସବୁ ଜିଲ୍ଲା ଗୁଡିକ ହେଲା ସମ୍ବଲପୁର, ସୋନପୁର, ନୟାଗଡ, ଅନୁକୁଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା। ବିଶେଷ କରି ଏହି ସବୁ ଜିଲାର ତଳିଆ ଅଞ୍ଚଳରେ ରହୁଥିବା ଲୋକମାନେ ସତର୍କ ରହିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..