ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ମନୀଷ ସିସୋଦିଆଙ୍କୁ ଜାମିନ ମିଳିଛି। ଦିଲ୍ଲୀ ଅବକାରୀ ଦୁର୍ନୀତି ଓ ଅର୍ଥ ହେରଫେର ମାମଲାରେ ଆଜି ସୁପ୍ରିମକୋର୍ଟ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଦୁଇ ଜଣିଆ ଖଣ୍ଡପୀଠ ତାଙ୍କ ଜାମିନ ଆବେଦନ ଉପରେ ରାୟ ଶୁଣାଇ ସର୍ତ୍ତ ଆଧାରରେ ଜାମିନ ପ୍ରଦାନ କରିଛନ୍ତି। ସର୍ତ୍ତ ଅନୁସାରେ, ସିସୋଦିଆ ତାଙ୍କ ପାସପୋର୍ଟ ପଇଠ କରିବେ। ପ୍ରତି ସୋମବାର ଥାନାରେ ସାକ୍ଷ୍ୟ ଦେବାକୁ ପଡ଼ିବ। ଏହା ସହିତ ପ୍ରମଆଣ ନଷ୍ଟ ପାଇଁ ଚେଷ୍ଟା ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ କୋର୍ଟ ତାଙ୍କୁ ସଚିବାଳୟ ଯିବାକୁ ଅନୁମତି ଦେଇଛନ୍ତି। ଗିରଫ ହେବାର ଦୀର୍ଘ ୧୮ ମାସ ପରେ ମନୀଷ ସିସୋଦିଆଙ୍କୁ ଜାମିନ ମିଳିଛି।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..