ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କୋଲକାତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଆନ୍ଦୋଳନ ଜୋରଧରିଛି। ଏହି ଘଟଣାକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା ଥମିବା ନାଁ ଧରୁ ନ ଥିବା ବେଳେ ଆସିଛି ପୀଡ଼ିତାଙ୍କ ବ୍ୟବଚ୍ଛେଦ ରିପୋର୍ଟ । ଅଭିଯୁକ୍ତଜଣକ ଟ୍ରେନି ଡାକ୍ତରଙ୍କୁ ଅତି ନିର୍ମମ ଭାବେ ପିଟିବା ପରେ ତାଙ୍କ ସହ ଦୁଷ୍କର୍ମ କରିଥିଲା । ଏହାପରେ ତଣ୍ଟି ଚିପି ତାଙ୍କ ହତ୍ୟା କରିଥିବା ବ୍ୟବଚ୍ଛେଦ ରିପୋର୍ଟରେ ସ୍ପଷ୍ଟ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଅନୁଯାୟୀ, ଅଭିଯୁକ୍ତ ବଳାତ୍କାର ପୂର୍ବରୁ ପୀଡ଼ିତାଙ୍କୁ ପ୍ରବଳ ପିଟିଥିଲେ। ତାଙ୍କ ମୁହଁକୁ ବହୁଥର ଆକ୍ରମଣ କରାଯାଇଥିବା ବେଳେ ତାଙ୍କ ଚଷମା ଭାଙ୍ଗି କିଛି ଅଂଶ ତାଙ୍କ ଆଖିରେ ଗଳି ଯାଇଥିବା ଜଣାଯାଇଛି। ପ୍ରବଳ ମାଡ ଯୋଗୁ ପୀଡ଼ିତାଙ୍କ ବେକ ହାଡ଼ ଭାଙ୍ଗି ଯାଇଥିବା ରିପୋର୍ଟରେ ଉଲ୍ଲେଖ ଅଛି | ହତ୍ୟା ପୂର୍ବରୁ ସମ୍ପୃକ୍ତ ଡାକ୍ତରୀ ଛାତ୍ରୀଙ୍କୁ ଅଭିଯୁକ୍ତଜଣକ ଦୁଷ୍କର୍ମ କରାଯାଇଥିଲା । ଏହାପରେ ତଣ୍ଟି ଚିପି ତାଙ୍କ ହତ୍ୟା କରାଯାଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ସ୍ପଷ୍ଟ ଭାବେ ଉଲ୍ଲେଖ ଅଛି। ପୀଡ଼ିତାଙ୍କ ହତ୍ୟା ଶୁକ୍ରବାର ଭୋର ୩ଟାରୁ ୫ଟା ମଧ୍ୟରେ ହୋଇଥିବା ରିପୋର୍ଟରେ ଉଲ୍ଲେଖ ଅଛି। ୩୧ ବର୍ଷୀୟା ପୀଡ଼ିତା କୋଲକତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ଭାବେ କାମ କରୁଥିଲେ। ଉକ୍ତ ମେଡିକାଲର କ୍ୟାମ୍ପସ୍ରେ ଥିବା ସେମିନାର ହଲ୍ରେ ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା। ଶୁକ୍ରବାର ସକାଳେ ତାଙ୍କ ମୃତଦେହ ମିଳିଥିଲା। ଏହି ମାମଲାରେ ପୋଲିସ ସିଭିକ ସ୍ୱେଚ୍ଛାସେବୀ ଭାବେ କାମ କରୁଥିବା ସଞ୍ଜୟଙ୍କୁ ଗିରଫ କରିଛି। କୋଲକାତା ଆର.ଜି କର ହସ୍ପିଟାଲର ଦୁଷ୍କର୍ମ ଓ ହତ୍ୟା ଘଟଣାରେ ପୋଲିସ ସଞ୍ଜୟ ରୟକୁ ଜେରା କରିବା ସମୟରେ ସେ ତା’ର ଅପରାଧକୁ ସ୍ୱୀକାର କରି ନେଇଥିଲା। ସେ କୌଣସି ପଶ୍ଚାତାପ କରି ନ ଥିଲା। ଫାଶୀ ଖୁଣ୍ଟରେ ଝୁଲାଇ ଦେବାକୁ ପୋଲିସକୁ ସେ କହୁଥିବା ଶୁଣିବାକୁ ମିଳିଛି। ସଞ୍ଜୟର ମୋବାଇଲରେ ଅନେକ ଅଶ୍ଳୀଳ ଭିଡିଓ ରହିଛି। ଘଟଣା ଦିନ ରାତିରେ ମଧ୍ୟ ସେ ପ୍ରଚୁର ମଦ ପିଇ ଅଶ୍ଳୀଳ ଭିଡିଓ ସବୁ ଦେଖିଥିଲା। ଏହାପରେ ହସ୍ପିଟାଲର ସେମିନାର ହଲକୁ ଯାଇ ୩୧ ବର୍ଷୀୟ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ କରି ମାରି ଦେଇଥିବା ତଦନ୍ତରୁ ଜଣାପଡ଼ିଛି।






More Stories
ବାଂଲାଦେଶରେ ଥମୁନି ହିଂସା,ଆଉ ଜଣେ ନେତାଙ୍କୁ ଗୁଳି…..
ନିଜକୁ ଗୁଳି କଲେ ପୂର୍ବତନ ଆଇଜି…..
ଇଣ୍ଡୋନେସିଆରେ ଭୟଙ୍କର ଦୁର୍ଘଟଣା,୧୬ ମୃତ…..