ରିପୋର୍ଟ କାର୍ଡ / କଟକ
କଟକ ସ୍ଥିତ ଏସସିବି ମେଡିକାଲରେ ୨ ଜଣ ରୋଗୀଙ୍କୁ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । କାର୍ଡିଓଲୋଜୀ ବିଭାଗର ଜଣେ ଡାକ୍ତର ଦୁଷ୍କର୍ମ କରିଥିବା ନେଇ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ ହୋଇଛି । ମିଳିଥିବା ସୂଚନାନୁଯାୟୀ, ଇସିଜି କରିବା ବାହାନାରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇ ଥିବା ବେଳେ ପୀଡିତାଙ୍କ ସମ୍ପର୍କୀୟଙ୍କ ଆକ୍ରମଣରେ ଡାକ୍ତର ଗୁରୁତର ହୋଇଛନ୍ତି । ଗୁରୁତର ଡାକ୍ତର ଏସସିବି ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ଦୁଷ୍କର୍ମ ଅଭିଯୋଗ ନେଇ ଅତିରିକ୍ତ ଡିସିପି ପ୍ରତିକ୍ରିୟା ରଖିଛନ୍ତି ଯେ, ‘୧୬୧,୧୬୪ ଧାରାରେ ପୀଡିତାଙ୍କ ବୟାନ ରେକର୍ଡ କରାଯିବ । ପୀଡିତାଙ୍କ ବୟାନ ରେକର୍ଡ କରାଯାଇ ତଦନ୍ତ କରାଯିବ।






More Stories
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..