Report Card Odisha

| Daily Odia News

ଓଡ଼ିଶା ପାଇଁ ଷ୍ଟିୟରିଂ କମିଟି ଗଠନ କଲା ଏଆଇସିସି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶା କଂଗ୍ରେସ ପାଇଁ ଏକ ଷ୍ଟିୟରିଂ କମିଟି ଗଠନ କରିଛି ଏଆଇସିସି। ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ଏହି ଷ୍ଟିୟରିଂ କମିଟି ଗଠନ ହୋଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାରଙ୍କ ନେତୃତ୍ୱରେ ଗଠିତ ଏହି କମିଟିରେ ତାଙ୍କ ସମେତ ୧୪ ଜଣ ସଦସ୍ୟ ଅଛନ୍ତି। ଦୀର୍ଘଦିନ ଧରି କଂଗ୍ରେସରୁ ନିଲମ୍ବିତ ଥିବା ତଥା ସାଧାରଣ ନିର୍ବାଚନ ପୂର୍ବରୁ ଦଳକୁ ଫେରିଥିବା ବରିଷ୍ଠ ନେତା ଶ୍ରୀକାନ୍ତ ଜେନା, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ଜୟଦେବ ଜେନା, ସାଂସଦ ସପ୍ତଗିରି ଉଲ୍ଲାକା, ଅଶୋକ ଦାସ, ଭକ୍ତ ଚରଣ ଦାସ, ଅନନ୍ତ ପ୍ରସାଦ ସେଠୀ, ମହମ୍ମଦ ମୋକିମ, ଦେବାଶିଷ ପଟ୍ଟନାୟକ, ବିଶ୍ୱରଂଜନ ମହାନ୍ତି, ବଳଭଦ୍ର ମାଝୀ ଓ ସସ୍ମିତା ବେହେରା କମିଟିର ସଦସ୍ୟ ଅଛନ୍ତି। AICC ଆବାହକ ମହମ୍ମଦ ଶାହାନୱାଜ ଚୌଧୁରୀ ମଧ୍ୟ ଏହି କମିଟିରେ ସଦସ୍ୟ ଅଛନ୍ତି। ସେ ଏହି କମିଟିର ଆବାହକ ଦାୟିତ୍ୱ ତୁଲାଇବେ। ଏହି ଷ୍ଟିୟରିଂ କମିଟି ରାଜ୍ୟରେ କଂଗ୍ରେସର ସମସ୍ତ ସାଂଗଠନିକ କାର୍ଯ୍ୟକ୍ରମର ତଦାରଖ ଓ ସମନ୍ୱୟ ରକ୍ଷା ଦିଗରେ କାର୍ଯ୍ୟ କରିବା ସହ ନୂଆ ପିସିସି କମିଟି ଗଠନ ପାଇଁ ମାର୍ଗ ପ୍ରଶସ୍ତ କରିବ ବୋଲି ଜଣାପଡ଼ିଛି । ଅନ୍ୟପକ୍ଷରେ ଦଳର ବରିଷ୍ଠ ନେତା ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ଶରତ ପଟ୍ଟନାୟକ ଓ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖଙ୍କୁ ଏହି କମିଟିରେ ସ୍ଥାନ ମିଳିନାହିଁ । ସୂଚନାଯୋଗ୍ୟ, ସାଧାରଣ ନିର୍ବାଚନରେ କଂଗ୍ରେସର ବିଫଳ ପ୍ରଦର୍ଶନ ଓ ପିସିସି ସଭାପତିଙ୍କ ବିରୁଦ୍ଧରେ ନାନାଦି ଅଭିଯୋଗ ପରେ ରାଜ୍ୟରେ ପିସିସିର ସମସ୍ତ କମିଟିକୁ ଏଆଇସିସି ଭାଙ୍ଗି ଦେଇଥିଲେ ।

Breaking News