ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟର ନୂଆ ପୋଲିସ ମହାନିର୍ଦ୍ଦେଶକ ହେଲେ ଯୋଗେଶ ବାହାଦୂର ଖୁରାନିଆ । ରାଜ୍ୟ ସରକାରଙ୍କ ପକ୍ଷରୁ ଖୁରାନିଆଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ହେଉଛନ୍ତି ଯୋଗେଶ ବାହାଦୂର ଖୁରାନିଆ | ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୋଲିସର କମିଶନର ଓ ନୟାଗଡ଼, ରାଉରକେଲା,ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଛନ୍ତି। ସେ ଉତ୍ତରାଂଚଳ ଓ ଦକ୍ଷିଣାଂଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଏଥିସହ କେନ୍ଦ୍ରକୁ ଯାଇ BSF ସ୍ପେଶାଲ ଡିଜି ମଧ୍ୟ ହୋଇଥିଲେ।






More Stories
ବେଆଇନ ନିଯୁକ୍ତି ନେଇ ତାଗିଦ…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..