ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟର ନୂଆ ପୋଲିସ ମହାନିର୍ଦ୍ଦେଶକ ହେଲେ ଯୋଗେଶ ବାହାଦୂର ଖୁରାନିଆ । ରାଜ୍ୟ ସରକାରଙ୍କ ପକ୍ଷରୁ ଖୁରାନିଆଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ହେଉଛନ୍ତି ଯୋଗେଶ ବାହାଦୂର ଖୁରାନିଆ | ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୋଲିସର କମିଶନର ଓ ନୟାଗଡ଼, ରାଉରକେଲା,ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଛନ୍ତି। ସେ ଉତ୍ତରାଂଚଳ ଓ ଦକ୍ଷିଣାଂଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଏଥିସହ କେନ୍ଦ୍ରକୁ ଯାଇ BSF ସ୍ପେଶାଲ ଡିଜି ମଧ୍ୟ ହୋଇଥିଲେ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….