ରିପୋର୍ଟ କାର୍ଡ / ଭୁବନେଶ୍ୱର
GST ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରୁଛି। ଯାଜପୁର CT&GST ଏନ୍ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ରହିଛି। ପ୍ରାୟ ୫.୮୫ ଲକ୍ଷ ରାଜସ୍ୱ ହେରଫେର କରିଥିବା ଜଣାପଡ଼ିଛି। GST ଅତିରିକ୍ତ କମିଶନର ଜଣେ ଡିଲର୍ ଠାରୁ ଜବତ ସ୍କ୍ରାପ୍କୁ ଅନ୍ୟତ୍ର ବିକ୍ରି କରିଥିବା ତାଙ୍କ ନାଁରେ ଅଭିଯୋଗ ରହିଛି। ଭୁବନେଶ୍ୱର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..