ରିପୋର୍ଟ କାର୍ଡ / କେନ୍ଦ୍ରାପଡ଼ା
କେନ୍ଦ୍ରାପଡ଼ା ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୫ଟି ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ୪ ଜଣ ଡିଏସପି, ଜଣେ ଏଏସ୍ କମାଣ୍ଡାଣ୍ଟ, ୫ ଜଣ ଇନ୍ସପେକ୍ଟର ଓ ଅନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ୫ଟି ସ୍ଥାନରେ ଚଢଉ ହୋଇଛି। ଭିଜିଲାନ୍ସ ପକ୍ଷରୁ ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭୁବନେଶ୍ୱର, କେନ୍ଦ୍ରାପଡ଼ା, କଟକ କଲ୍ୟାଣୀନଗର ସମେତ ୫ ଜାଗାରେ ଚଢାଉ ଚାଲିଥିଲା। ତାଙ୍କର କଟକ ଓ ଭୁବନେଶ୍ବରରେ ଦୁଇଟି ଦାମୀ ଫ୍ଲାଟ୍ ଠାବ କରାଯାଇଛି।






More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….