ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି)ର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାକୁ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି। ଶ୍ରୀ ତ୍ରିପାଠୀଙ୍କ ଇସ୍ତଫାକୁ ରାଜ୍ୟ ସରକାର ଗ୍ରହଣ କରିଥିବା ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପଶ୍ଚିମଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀଙ୍କ ଇସ୍ତଫାକୁ ଆଜି ଅପରାହ୍ନରୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି ବୋଲି ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ ଦର୍ଶାଯାଇଛି। ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କୁ ବିଜେଡି ସରକାର ପକ୍ଷରୁ ୨୦୨୦ ଡିସେମ୍ବର ମାସରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦରେ ନିଯୁକ୍ତି ଦିଆଯାଇଥିଲା। ଶ୍ରୀ ତ୍ରିପାଠୀଙ୍କର ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ୨୦୨୦ ଡିସେମ୍ବର ୩୧ତାରିଖରେ ଅବସର ନେବା ପୂର୍ବରୁ ତାଙ୍କୁ ପଶ୍ଚିମଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରେ ବିଜେଡି ସରକାର ନିଯୁକ୍ତି ପ୍ରଦାନ ନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଥିଲା ।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..