ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତ ବର୍ଷ ଗଣେଶ ପୂଜାରେ ରାଜଧାନୀ ଭୁବନେଶ୍ବରରେ ଡିଜେ ବାଜିବନହିଁ। ବାଜିବ କେବଳ ପାରମ୍ପରିକ ବାଦ୍ୟ। ଉଭୟ ମେଲୋଡି ଓ ଭସାଣୀରେ ବି ଡିଜେ ବ୍ୟାନ୍। ତାସହ ଠାକୁରଙ୍କ ବିକୃତ ମୂର୍ତ୍ତି ନିର୍ମାଣ ଓ ପୂଜା ନଜରକୁ ଆସିଲେ ବି ହେବ କାର୍ଯ୍ୟାନୁଷ୍ଠାନ। ଚଳିତ ବର୍ଷ ସେପ୍ଟେମ୍ୱର ୭ରେ ପଡୁଛି ଗଣେଶ ପୂଜା। ତାପୂର୍ବରୁ ଆଜି ଏକ କୋ-ଅର୍ଡିନେସନ ମିଟିଂ କମିଶନରେଟ ପୋଲିସ ଓ ରାଜଧାନୀର ବିଭିନ୍ନ ପୂଜା କମିଟି ମଧ୍ୟରେ ବସିଥିଲା। ଯେଉଁଥିରେ ଗଣେଶ ପୂଜା ପାଇଁ ଜୋର ଜବରଦସ୍ତ ଚାନ୍ଦା ଆଦାୟକୁ ବାରଣ ସହ ପୂଜାକୁ ନିଶାମୁକ୍ତ କରାଯିବାକୁ ବି ନିଷ୍ପତ୍ତି ହୋଇଛି। ସେହିଭଳି ଏଥର ଭସାଣ ଶୋଭାଯାତ୍ରା ପୂର୍ବରୁ ପୁଲିସ ଅନୁମତି ନେବା ଜରୁରୀ କରାଯାଇଛି। ସିସିଟିଭି ସାରା ସହରରେ ରହିବ। ପବ୍ଲିକ ଭଲ୍ୟୁଣ୍ଟର ମଧ୍ୟ ନିୟୋଜିତ କରିବେ ପୂଜା କମିଟି। ୭ରେ ଗଣେଶ ପୂଜା ପରେ ୮, ୧୧ ଓ ୧୨ ତାରିଖରେ ଭସାଣି ପାଇଁ ସ୍ଥିର କରାଯାଇଛି। ପୋଲିସର ସମସ୍ତ ନିଷ୍ପତ୍ତି ଉପରେ ସହମତି ପ୍ରକାଶ କରିଛନ୍ତି ରାଜଧାନୀର ସମସ୍ତ ପୂଜା କମିଟି।






More Stories
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……