ରିପୋର୍ଟ କାର୍ଡ / ଗଞ୍ଜାମ
ବ୍ରହ୍ମପୁରର ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତେଲ ଟ୍ୟାଙ୍କରଟି ଏକ ଟ୍ରକ୍କୁ ଓଭରଟେକ୍ କରିବାକୁ ଯାଇ ଯାତ୍ରୀବାହୀ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଗୁରୁତର ହୋଇଛନ୍ତି। ‘ଖମ୍ବେଶ୍ୱରୀ’ ନାମକ ଯାତ୍ରୀବାହୀ ବସ୍ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଧରି ବ୍ରହ୍ମପୁର ଅଭିମୁଖେ ଆସୁଥିଲା। ଉକ୍ତ ସମୟରେ ତେଲ ଟାଙ୍କରଟି ବ୍ରହ୍ମପୁରରୁ ଆସ୍କା ପଟକୁ ଆସୁଥିଲା। କଞ୍ଜୁରୁ ଛକଠାରେ ତେଲ ଟ୍ୟାଙ୍କରଟି ଏକ ଟ୍ରକ୍କୁ ଓଭରଟେକ୍ କରିବାକୁ ଚେଷ୍ଟା କରୁଥିଲା। ମାତ୍ର ଗାଡ଼ିଟି ଭାରସାମ୍ୟ ହରାଇ ବିପରୀତ ଦିଗରୁ ଆସୁଥିବା ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହାପରେ ଦୁଇଟି ଗାଡ଼ି ରାସ୍ତା ପାର୍ଶ୍ୱରେ ଥିବା ଚା’ ଦୋକାନ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଚା’ ପିଉଥିବା ୩ ଜଣଙ୍କ ସମେତ ଜଣେ ବସ୍ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିସହ ବସ୍ରେ ଥିବା ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଛନ୍ତି। ଖବର ପାଇ ତୁରନ୍ତ ପୋଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲକୁ ପଠାଇଛନ୍ତି। ଏଥିରେ ବସ୍ରେ ଆହୁରି କିଛି ଯାତ୍ରୀ ଚାପି ହୋଇଥିବା ଅନୁମାନ କରାଯାଉଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……