ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ମିଳିଛି ସୁନା ଖଣିର ସନ୍ଧାନ। କେନ୍ଦୁଝର ଜିଲ୍ଲାର ଗୋପୁର -ଗାଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଛି। ମାଙ୍କଡ଼ଚୁଆଁ, ସଲେଇକଣା ଓ ଡ଼ିମିରିମୁଣ୍ଡା ଅଞ୍ଚଳରେ ସୁନା ଖଣି ପାଇଁ ଚାଲିଛି ଚି଼ହ୍ନଟ ପ୍ରକ୍ରିୟା ଜାରି ରହିଛି। ସେହିପରି ମୟୁରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା,ରୁଆଁସୀ, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ଼ ଅଞ୍ଚଳରେ ସୁନାଖଣିର ଅନ୍ବେଷନ ଚାଲିଛି । ଅପରପକ୍ଷରେ ସୁନ୍ଦରଗଡ଼,ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ସୁନା ଖଣି ଥିବା ସୂଚନା ମିଳିଛି। ଓଡ଼ିଶାରେ ସୁନାଖଣି ହେଲେ ଏହା ରାଜ୍ୟର ଅର୍ଥନୀତି ପାଇଁ ବିଶେଷ ଗୁରୁତ୍ବପୂର୍ଣ୍ଣ ହେବ ବୋଲି କୁହାଯାଉଛି।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..