ରିପୋର୍ଟ କାର୍ଡ / ଭୁବନେଶ୍ବର
ଅଲିମ୍ପିକରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଦଳ ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କ ନେତୃତ୍ୱରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ନବୀନ ପଟ୍ଟନାୟକ ଖେଳାଳିମାନଙ୍କୁ ଉପଢ଼ୌକନ ଓ ରୂପା ତାରାକସିର କୋଣାର୍କ ଚକ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ନବୀନ ଖେଳାଳୀମାନଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଦେଶର ଗୌରବକୁ ଆହୁରି ଉଚ୍ଚସ୍ତରକୁ ନେବାକୁ କାମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ। ଆଗାମୀ ଅଲମ୍ପିକରେ ଓଡିଶା ତଥା ଭାରତ ହକିରେ ସୁନା ପଦକ ଆଶା ରଖିଛନ୍ତି ବୋଲି ନବୀନ ସାକ୍ଷାତ୍ ଅବସରରେ ହକିଦଳକୁ କହିଛନ୍ତି। ଖେଳାଳୀମାନେ ସେମାନଙ୍କ ସ୍ଵାକ୍ଷର ସମ୍ବଳିତ ଜର୍ସି ନବୀନଙ୍କୁ ପ୍ରଦାନ କରିଥିଲେ। ଭାରତୀୟ ହକି ଦଳ ସବୁବେଳେ ଓଡିଶା ତଥା ଓଡିଶାବାସୀଙ୍କ ନିକଟରେ ସେମାନଙ୍କ ସହଯୋଗ ଓ ସମର୍ଥନ ପାଇଁ କୃତଜ୍ଞ ରହିବ ବୋଲି ହକି ଦଳ ଖେଳାଳି କହିଥିଲେ। ଓଡିଶାବାସୀଙ୍କ ସମର୍ଥନ ଯୋଗୁଁ ଭାରତୀୟ ହକି ତାର ଗୌରବ ଫେରି ପାଇଛି ବୋଲି ଖେଳାଲିମାନେ ପ୍ରକାଶ କରିବା ସହ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ ।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..