ରିପୋର୍ଟ କାର୍ଡ / ପୁରୀ
ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଏଏସଆଇ ଡିଜିଙ୍କୁ ଶ୍ରୀମନ୍ଦିର ପ୍ରଶାସକ ଙ୍କ ଚିଠି। ଅତିଶୀଘ୍ର ଏଏସଆଇ ତରଫରୁ ଯାଞ୍ଚ କାର୍ଯ୍ୟ ସମ୍ପନ୍ନ କରି ମରାମତି କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ଅତ୍ୟାଧୁନିକ ଯନ୍ତ୍ରପାତି , ଲେଜର ସ୍କାନିଂ ଓ ଜିପିଆରଏସ୍ ଭଳି ଅତ୍ୟାଧୁନିକ ଭାବରେ ଯାଞ୍ଚ କରିବାକୁ ଅନୁରୋଧ କରାଯାଇଛି। ଉନ୍ନତ ଅନୁଷ୍ଠାନ ଯଥା ଆଇଆଇଟି ବିଶେଷଜ୍ଞ ଙ୍କ ଦ୍ଵାରା ଯାଞ୍ଚ ପାଇଁ ଅନୁରୋଧ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ। ନୀତିକାନ୍ତି ବ୍ୟାଘାତ ନହେବା ପାଇଁ ଛତିଶା ନିଯୋଗ ଓ ପରିଚାଳନା କମିଟି ତରଫରୁ ନୀତିର ସାରଣୀ କରାଯିବ। ଯାଞ୍ଚ ଓ ମରାମତି ପାଇଁ ପୂର୍ବରୁ ଯେଉଁ ଏସଓପି କରାଯାଇଛି, ସେହି ଅନୁସାରେ ସମସ୍ତ କାର୍ଯ୍ୟ ସମ୍ପନ୍ନ କରାଯିବା ପାଇଁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..