ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କୁ ଭିଜିଲାନ୍ସ ଗିରଫ କରିଛି। ତାଙ୍କର ୧ କୋଟି ୪୯ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ସହ ବିପୁଳ ପରିମାଣର ଆୟବହିର୍ଭୂତ ସଂପତ୍ତି ଠାବ କରିଛି ଭିଜିଲାନ୍ସ | ଗତକାଲି ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କ ଘର ଓ କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଥିଲା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟ କୁମାର ମଙ୍ଗରାଜଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ଉ କରିଥିଲା। ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ଉ କରାଯାଇଥିଲା। ସୂଚନା ଅନୁଯାୟୀ, ବିଜୟଙ୍କ ଭୁବନେଶ୍ୱରରେ ଥିବା କାର୍ଯ୍ୟାଳୟ, ନନ୍ଦନ ବିହାର ଓ ପଳାଶୁଣୀରେ ଥିବା ଘରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଥିଲା। ତାଙ୍କର ପଳାଶୁଣୀ ଘରଟି ଭଡ଼ାରେ ଲାଗିଥିବା ପ୍ରାଥମିକ ସୂଚନା ରହିଛି। କେରଳର ଏର୍ଣ୍ଣାକୁଲମରେ ତାଙ୍କର ଫ୍ଲାଟ୍ ଥିବା ଜଣାଯାଇଛି






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..