ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ୨୭ ତାରିଖ ଯାଏଁ ରାଜ୍ୟର କେତେକ ଜିଲାରେ ପ୍ରବଳ ଏବଂ ଅନ୍ୟ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବ। ସମୁଦ୍ର ଉପକୂଳରେ ୪୦-୫୦ କି.ମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ସକ୍ରିୟ ମୌସୁମୀ ସହିତ ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ବିଶେଷକରି ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହୋଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ବର୍ଷା ହୋଇଛି। ଆଜି(ରବିବାର)ଠାରୁ ସୋମବାର ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।






More Stories
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..