ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଟେଲିଫୋନ କରିଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ୟୁକ୍ରେନ ସ୍ଥିତି, ବାଂଲାଦେଶରେ ହିନ୍ଦୁମାନଙ୍କ ସୁରକ୍ଷା ସମେତ ବିଭିନ୍ନ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ନିକଟରେ ୟୁକ୍ରେନ ଗସ୍ତ କରି ରାଷ୍ଟ୍ରପତି ବୋଲଡିମିର ଜେଲେନସ୍କିଙ୍କୁ ଭେଟିଥିଲେ। ଆଲୋଚନା ଓ କୂଟନୀତି ମାଧ୍ୟମରେ ୟୁକ୍ରେନ ଓ ରୁଷ୍ ଯୁଦ୍ଧରେ ବିରତି ଦେବା ପାଇଁ ମତ ଦେଇଥିଲେ। ଏପରିକି ଶାନ୍ତି ଫେରାଇ ଆଣିବା କ୍ଷେତ୍ରରେ ଭାରତ ସକ୍ରିୟ ଭୂମିକା ଗ୍ରହଣ କରିବାକୁ ପ୍ରସ୍ତୁତ ଅଛି ବୋଲି ଜେଲେନସ୍କିଙ୍କୁ କହିଥିଲେ। ବାଇଡେନଙ୍କ ସହ କଥାବାର୍ତ୍ତା ବେଳେ ପ୍ରଧାନମନ୍ତ୍ରୀ ମୋଦୀ ଯୁଦ୍ଧଗ୍ରସ୍ତ ଦେଶରେ ଶୀଘ୍ର ଶାନ୍ତି ଓ ସ୍ଥିରତା ଫେରାଇ ଆଣିବା ପାଇଁ ଭାରତର ପୂର୍ଣ୍ଣ ସମର୍ଥନକୁ ଦୋହରାଇଛନ୍ତି। ଏଥିସହ ପ୍ରଧାନମନ୍ତ୍ରୀ ମୋଦୀ ବାଂଲାଦେଶରେ ଶୀଘ୍ର ସ୍ୱାଭାବିକ ସ୍ଥିତି ଫେରାଇ ଆଣିବା ଉପରେ ଗୁରୁତ୍ୱାରୋପ କରିଥିଲେ। ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ନେତୃତ୍ୱାଧୀନ ଆୱାମୀ ଲିଗ୍ ସରକାରକୁ ହଟାଇବା ପରେ ଦେଶରେ ହିଂସାତ୍ମକ ସଂଘର୍ଷ ଜାରି ରହିବେଳେ ଉଭୟ ନେତା ସଂଖ୍ୟାଲଘୁ, ବିଶେଷକରି ହିନ୍ଦୁମାନଙ୍କ ସୁରକ୍ଷା ଉପରେ ଆଲୋଚନା କରିଥିଲେ।






More Stories
ଦେଶରେ ଆସୁଛି ଆର୍ଥିକ ଝଡ଼; ପ୍ରଧାନମନ୍ତ୍ରୀ ଟଫି ବାଣ୍ଟୁଛନ୍ତି…..
ଆଜି ସାରା ଦେଶରେ ଔଷଧ ଦୋକାନ ବନ୍ଦ…..
ଦେଶ ଏକ ବଡ଼ ‘ଆର୍ଥିକ ଝଡ଼’ର ସମ୍ମୁଖୀନ ହେବାକୁ ଯାଉଛି…..