ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଖାଲି ପଡ଼ିଥିବା ସରକାରୀ ପଦବୀଗୁଡ଼ିକୁ ପୂରଣ ହେବ। ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ୩ଲକ୍ଷ ୯୯ହଜାର ୬୬୬ଟି ମୂଳ ପଦବୀ ମଧ୍ୟରୁ ଖାଲିପଡ଼ିଥିବା ୧ଲକ୍ଷ ୩୨ହଜାର ୪୫୯ଟି ପଦବୀ ପୂରଣ ପାଇଁ ସରକାର ଚାହୁଁଛନ୍ତି। ଡିସେମ୍ବର ସୁଦ୍ଧା ଖାଲି ପଡ଼ିଥିବା ସମସ୍ତ ସରକାରୀ ପଦବୀ ନିମନ୍ତେ ବିଜ୍ଞାପନ ଜାରି କରିବାକୁ ରାଜ୍ୟ ସରକାରଙ୍କ ନିଯୁକ୍ତି ଏଜେନ୍ସୀଗୁଡ଼ିକୁ କୁହାଯାଇଛି । ଏହାସହିତ ଆସନ୍ତା ସେପ୍ଟେମ୍ବର ମାସରେ ରାଜ୍ୟ ସରକାର ନିଯୁକ୍ତି ମେଳା ମାଧ୍ୟମରେ ୧୮୭୮୮ଜଣ କନିଷ୍ଠ ଶିକ୍ଷକ(ସ୍କିମେଟିକ)ଙ୍କୁ ନିଯୁକ୍ତି ପତ୍ର ବଂଟନ କରିବେ ବୋଲି ଜଣାପଡ଼ିଛି । କେବଳ ସେପ୍ଟେମ୍ବର ମାସରେ ୭ଟି ନିଯୁକ୍ତି ମେଳାର ଆୟୋଜନ କରାଯାଇ ମୋଟ ୨୧୯୧୮ଟି ବିଭିନ୍ନ ବର୍ଗର ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଂଟନ କରାଯିବାକୁ ସରକାର ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……