ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି କୋରାପୁଟ ଓ ଗଜପତି ଜିଲ୍ଲାରେ ସମସ୍ତ ସ୍କୁଲ୍ ବନ୍ଦ ରହିବ। ଏହି ଦୁଇ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଥିବାରୁ ଉଭୟ ଜିଲ୍ଲାରେ ସ୍କୁଲ ଛୁଟି ରହିବ ବୋଲି ଘୋଷଣା କରିଛନ୍ତି ଜିଲ୍ଳାପାଳ। କୋରାପୁଟ ଜିଲ୍ଲାରେ ସମସ୍ତ ସ୍କୁଲ ସହ ବନ୍ଦ ରହିବ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର। ସେହିପରି ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଏଥିସହ ବର୍ଷା ବେଳେ ଘରୁ ନ ବାହାରିବାକୁ ଏବଂ ନିଜ ନିଜର ପକ୍କା ଘର ନଚେତ୍ ଆଶ୍ରୟସ୍ଥଳରେ ରହିବାକୁ ଜିଲ୍ଲାପାଳ ପରାମର୍ଶ ଦେବା ସହ ଜିଲ୍ଲାର ସବୁ ବ୍ଲକରେ କଣ୍ଟ୍ରୋଲ ରୁମ୍ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ବିଶେଷ ଭାବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।






More Stories
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……