ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ ବିଜେପିରେ ସାମିଲ ହୋଇଛନ୍ତି। ଆଜି ରାଞ୍ଚିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଓ ଝାଡ଼ଖଣ୍ଡ ବିଜେପି ସଭାପତି ବାବୁଲାଲ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଗତ ଅଗଷ୍ଟ ୨୮ ତାରିଖରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରୁ ଇସ୍ତଫା ଦେଇଥିଲେ ଚମ୍ପାଇ। ଏହାପରେ ସେ ଦିଲ୍ଲୀରେ ବିଜେପି ନେତୃତ୍ଵଙ୍କୁ ଭେଟିଥିଲେ।






More Stories
୨୦ରୁ ସଂସଦର ମୌସୁମୀ ଅଧିବେଶନ…..
ରାମ ମନ୍ଦିରରୁ ଚୋରି ଘଟଣା ଦୁଃଖଦାୟକ…..
ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ…..