ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜିଠାରୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ ହେବ। ଶନିବାରଠାରୁ ଆବେଦନ ପତ୍ର ପ୍ରଦାନ ଆରମ୍ଭ ହୋଇଛି। ଆବେଦନ ପତ୍ର ସମ୍ପୂର୍ଣ୍ଣ ମାଗଣା ଏବଂ ଦେୟ ମୁକ୍ତ। ଆଶାକର୍ମୀ ଓ ଅଙ୍ଗନବାଡି କର୍ମୀଙ୍କ ସହିତ ଅଙ୍ଗନବାଡି କେନ୍ଦ୍ରରେ କାର୍ଯ୍ୟ କରୁଥିବା ସହାୟିକା , ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ମହିଳା କର୍ମଚାରୀ , ଏମବିକେ ଓ କମ୍ୟୁନିଟି ରିସୋର୍ସ ପର୍ସନ ମଧ୍ୟ ଏହି ଯୋଜନାରେ ସହାୟତା ପାଇଁ ଆବେଦନ କରିପାରିବେ। ସୁଭଦ୍ରା ଯୋଜନା ସମ୍ପର୍କରେ ଅଧିକ ଜାଣିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ୧୪୬୭୮ ଟୋଲ୍ ଫ୍ରି ନମ୍ବର ଜାରି କରାଯାଇଛି। ଏହି ନମ୍ବର ସକାଳ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଉପଲବ୍ଧ ରହିବ। ମହିଳା ମାନଙ୍କ ସାମାଜିକ ଓ ଅର୍ଥନୈତିକ ସ୍ଥିତିକୁ ମଜବୁତ୍ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ ଓଡିଶାର ଏକ କୋଟିରୁ ଅଧିକ ମହିଳା ଉପକୃତ ହୋଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..