ରିପୋର୍ଟ କାର୍ଡ / ଅନୁଗୁଳ
ତାଳଚେର ଖଣି ଉପନିର୍ଦ୍ଦେଶକଙ୍କର ଅୟଠାରୁ ଅଧିକ ସମ୍ପତ୍ତି ବାହାରିବା ଭିଜିଲାନ୍ସ ଗିରଫ କରିଛି। ଗତକାଲି ଖଣି ଉପନିର୍ଦ୍ଦେଶକଙ୍କ ଘରୁ ଆୟ ବର୍ହିଭୂତ୍ ସମ୍ପତ୍ତି ବାହାରିଥିବା ବେଳେ ଆଜି ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ ହୋଇଛନ୍ତି। କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଆଜି ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢ଼ଉ କରାଯାଇଛି। ଭିଜିଲାନ୍ସ ୪ ଲକ୍ଷରୁ ଅଧିକ ଟଙ୍କା ଓ ଡିଡିଏମ୍ଙ୍କ ମୋବାଇଲ୍ ଫୋନ୍ ଜବତ କରିଛି। ଖଣି ଉପନିର୍ଦ୍ଦେଶକଙ୍କ ସମ୍ପତ୍ତି ତାଲିକା ଦେଖି ତାଜୁବ ହୋଇ ଯାଇଛନ୍ତି ଭିଜିଲାନ୍ସ ଅଧିକାରୀ। ତାଙ୍କର ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଥିବା ବେଳେ ୧୧ଟି ପ୍ଲଟ ରହିଛି। ଏଥିସହ ବାବୁଙ୍କର ୨ଟି ମାର୍କେଟ କମ୍ପ୍ଲେକ୍ସ, ଭୁବନେଶ୍ୱରରେ ଗୋଟିଏ ଡୁପ୍ଲେକ୍ସ କୋଠା ଥିବା ବେଳେ ୫୩ ଲକ୍ଷର ବ୍ୟାଙ୍କ ଜମା ଠାବ ହୋଇଛି। ଏହାବାଦ ତାଙ୍କ ଘରୁ ୯ ଲକ୍ଷ ୮୫ ହଜାର ଟଙ୍କା ଜବତ ହୋଇଛି।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….