ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କୋଲକତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ଡାକ୍ତର ସନ୍ଦୀପ ଘୋଷଙ୍କୁ ୮ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ। ଗତକାଲି ସିବିଆଇ ତାଙ୍କୁ ଆର୍ଥିକ ହେରଫେର ମାମଲାରେ ଗିରଫ କରିଥିଲା। ଦୁର୍ନୀତି ମାମଲାରେ ସନ୍ଦୀପଙ୍କ ବ୍ୟତୀତ ଆଉ ୩ ଜଣଙ୍କୁ ମଧ୍ୟ ସିବିଆଇ ଗିରଫ କରିଛି। ସେମାନେ ବିପ୍ଳବ ସିଙ୍ଘା, ସୁମନ ହାଜରା ଓ ଅଫସର ଅଲୀ ଖାନ। ଗିରଫ ପରେ ଆଜି ସମସ୍ତଙ୍କୁ କୋଲକାତା ସ୍ଥିତ ସିବିଆଇ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ଏହାପରେ ସମସ୍ତଙ୍କୁ ୮ ଦିନ ପାଇଁ ସିବିଆଇ ହେପାଜତକୁ ପଠାଇ ଦେଇଛନ୍ତି। ସମସ୍ତ ଅଭିଯୁକ୍ତଙ୍କୁ ଆସନ୍ତା ୧୦ ତାରିଖରେ ପୁଣି କୋର୍ଟରେ ହାଜର କରାଯିବ। ଆଜି ସିବିଆଇ ସମସ୍ତଙ୍କୁ କୋର୍ଟରେ ହାଜର କରିବା ପରେ ୧୦ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। ହେଲେ କୋର୍ଟ ୮ ଦିନର ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଆଜି ଅଫସର ଅଲୀ ଖାନ ଜାମିନ ପାଇଁ ମଧ୍ୟ କୋର୍ଟରେ ଆବେଦନ କରିଥିଲେ। ହେଲେ ଏହାକୁ କୋର୍ଟ ଅଗ୍ରାହ୍ୟ କରି ଦେଇଛନ୍ତି।






More Stories
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ଖଡଗେ-ନଡ୍ଡା ମୁହାଁମୁହିଁ…..