ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜି ସେପ୍ଟେମ୍ବର ୫ ତାରିଖ। ଗୁରୁ ଦିବସ। ମହାନ ଶିକ୍ଷାବିତ୍, ଦାର୍ଶନିକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମଦିନ। ତାଙ୍କର ଜନ୍ମଦିନକୁ ସାରା ଦେଶରେ ଗୁରୁ ଦିବସ ରୂପେ ପାଳନ କରାଯାଉଛି। ଶିକ୍ଷା ଦୀକ୍ଷା ପ୍ରତିଟି କ୍ଷେତ୍ରରେ ଗୁରୁଙ୍କର ମାର୍ଗଦର୍ଶନ ଜଣେ ବ୍ୟକ୍ତିକୁ କରାଏ ସଫଳ। ଶିକ୍ଷା ପ୍ରତି ଡକ୍ଟର ରାଧାକ୍ରିଷ୍ଣନଙ୍କର ଅବଦାନକୁ ମନେ ରଖିବା ପାଇଁ ତାଙ୍କ ଜନ୍ମଦିନକୁ ଗୁରୁ ଦିବସ ଭାବେ ପ୍ରତିବର୍ଷ ପାଳନ କରାଯାଏ।ଏହି ଅବସରରେ ଶିକ୍ଷା, ଦୀକ୍ଷା ଓ କର୍ମ ଆଦି ବିଭିନ୍ନ କ୍ଷେତ୍ରରେ ନିଜ ନିଜ ଗୁରୁରଙ୍କ ପ୍ରତି ସମ୍ମାନ ଓ ଶ୍ରଦ୍ଧା ଜଣାଇବେ ଶିଷ୍ୟ। ଅନ୍ୟପକ୍ଷରେ ବିଭିନ୍ନ ଶିକ୍ଷାନୁଷ୍ଠାନରେ ମଧ୍ୟ ଧୂମଧାମରେ ପାଳିତ ହେଉଛି ଗୁରୁ ଦିବସ ଉତ୍ସବ। ଶିକ୍ଷାଦାନ ବୃତ୍ତିରୁ ଭାରତର ପ୍ରଥମ ନାଗରିକ ତଥା ରାଷ୍ଟ୍ରପତି ହୋଇ ପରେ ‘ଭାରତ ରତ୍ନ’ ପାଇଥିବା ଏହି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କର ଭାରତୀୟ ଶିକ୍ଷା କ୍ଷେତ୍ରକୁ ସ୍ମରଣୀୟ ଅବଦାନ ରହିଛି। ସ୍ୱାଧୀନ ଭାରତର ପ୍ରଥମ ଉପରାଷ୍ଟ୍ରପତି ହେବା ପରେ ଡକ୍ଟର୍ ରାଧାକ୍ରିଷ୍ଣନ୍ ୧୯୬୨ ମସିହା ମେ ୧୪ ତାରିଖରେ ଦେଶର ଦ୍ୱିତୀୟ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଭାର ଗ୍ରହଣ କରିଥିଲେ ଏବଂ ସଂପୂର୍ଣ୍ଣ ୫ ବର୍ଷ ଯାଏ ଏହି ଦାୟିତ୍ୱରେ ରହିଥିଲେ।
More Stories
ଶସ୍ତା ହେବ କ୍ୟାନସର ଔଷଧ,ସ୍ୱାସ୍ଥ୍ୟ ବୀମା ପାଇଁ ଗଠନ ହେଲା ଜିଏମଓ……
ଟ୍ରେନ୍ ଦୁର୍ଘଟଣା କରିବାକୁ ଷଡ଼ଯନ୍ତ୍ର,୧୨ରୁ ଊର୍ଦ୍ଧ୍ବ ଗିରଫ….