ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ କ୍ୟାବିନେଟ ବୈଠକରେ ତିନିଟି ବଡ଼ ନିଷ୍ପତ୍ତିରେ ମୋହର ବାଜିଛି। ଅଗ୍ନିବୀରଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚାକିରିରେ ୧୦% ସଂରକ୍ଷଣ ବ୍ୟବସ୍ଥା କରାଯାଇଛି। ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଛି। ୧ ବର୍ଷ ଟ୍ରେନିଂ ଓ ୪ ବର୍ଷ ଚାକିରି ପରେ ବି ନିଯୁକ୍ତି ମିଳିବ। ପୋଲିସ , ଅଗ୍ନିଶମ ଓ ବନବିଭାଗରେ ୧୦% ସଂରକ୍ଷଣ ରହିବାର ବ୍ୟବସ୍ଥା ରହିଥିବା ନେଇ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା ସୂଚନା ଦେଇଛନ୍ତି। ଏଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ବି ମିଳିବ ଚାକିରି। ଅବିବାହିତା ଝିଅଙ୍କୁ ନିଯୁକ୍ତି ପାଇଁ କ୍ୟାବିନେଟ୍ରେ ନିଷ୍ପତ୍ତିନିଆଯାଇଛି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..