ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗୋପାଳପୁର ବନ୍ଦରକୁ ଆଦାନୀ ଗ୍ରୁପକୁ ହସ୍ତାନ୍ତର କରାଯିବା ନେଇ ଆଜି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ସଚିବ ମନୋଜ ଆହୁଜା କହିଛନ୍ତି | ଶ୍ରୀ ଆହୁଜା କହିଛନ୍ତି କି ବନ୍ଦରର ୯୫ ପ୍ରତିଶତ ଅଂଶଧନ ଆଦାନୀ ଗ୍ରୁପ ଅଧିଗ୍ରହଣ କରିବ । ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍ ହାତରେ ରହିବ ୫ ପ୍ରତିଶତ ଅଂଶଧନ। ଗୋପାଳପୁର ପୋର୍ଟର ସେୟାର ହୋଲଡିଙ୍ଗକୁ ଦୃଢ କରିବାକୁ ଏବଂ ଏହାକୁ ମଲ୍ଟି କାର୍ଗୋ ପୋର୍ଟରେ ପରିଣତ କରିବାକୁ ସରକାର ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଇଛି । କିଛି ବର୍ଷ ହେବ ଗୋପାଳପୁର ପୋର୍ଟ ନିଜ ଦକ୍ଷତା ଅନୁସାରେ କାର୍ଯ୍ୟକାରୀ ହୋଇପାରୁନାହିଁ । ଏହାକୁ ଅଧିକ ସମୃଦ୍ଧ କରିବା ସହ ରାଜ୍ୟର ଆର୍ଥିକ ବିକାଶ କରିବା ଉଦ୍ଦେଶ୍ୟରେ ଆଦାନୀ ଗ୍ରପୁକୁ ଏହାର ୯୫ ପ୍ରତିଶତ ଅଂଶଧନ ହସ୍ତାନ୍ତର କରିବାକୁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..