ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୟୂରଭଞ୍ଜ ଜିଲ୍ଲାରେ ଆଜି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆଜି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହାକୁ ଦୃଷ୍ଟି ରଖି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ସ୍କୁଲ ସହ ଜିଲ୍ଲାରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ।ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଜିଲ୍ଲାକୁ ଆଜି ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..