ରିପୋର୍ଟ କାର୍ଡ / ଝାରସୁଗୁଡ଼ା
ଝାରସୁଗୁଡ଼ାର ପୂର୍ବତନ ଉପ-ଜିଲ୍ଲାପାଳ (ଅବସରପ୍ରାପ୍ତ) ପ୍ରଦୀପ କୁମାର ବାରିକଙ୍କୁ ୨ ବର୍ଷ ସଶ୍ରମ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱରର ଏକ ସ୍ୱତନ୍ତ୍ର କୋର୍ଟ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ରାୟ ଶୁଣାଇଛନ୍ତି | ୨ ବର୍ଷ ସଶ୍ରମ ଜେଲ୍ ଦଣ୍ଡାଦେଶ ସହିତ କୋର୍ଟ ପ୍ରଦୀପ କୁମାର ବାରିକଙ୍କୁ ୧ ଲକ୍ଷ ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ ପ୍ରଦୀପ କୁମାର ବାରିକଙ୍କୁ ଦୋଷୀ ସାବ୍ୟସ୍ତ କରି ସଜ୍ଜା ଶୁଣାଇଥିବାରୁ ଏବେ ଭିଜିଲାନ୍ସ ପକ୍ଷରୁ ତାଙ୍କର ପେନସନ ବନ୍ଦ କରିବାକୁ ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ନିକଟରେ ଆବେଦନ କରାଯିବ ବୋଲି ଜଣାପଡ଼ିଛି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..