ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲଗାଣ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ବସ୍ତା ବ୍ଲକ। ସୁବର୍ଣ୍ଣରେଖାର ବନ୍ୟା ଜଳରେ ବହୁ ଅଞ୍ଚଳ ଜଳବନ୍ଦୀ ହୋଇଛି। ଲୋକେ ଘରେ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ଆଜି ଆକାଶ ମାର୍ଗରୁ ବାଲେଶ୍ୱର ବନ୍ୟା ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସକାଳ ସାଢ଼େ ୯ଟା ସମୟରେ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପଟର ଯୋଗେ ବାଲେଶ୍ୱର ଯିବେ। ଆକାଶ ମାର୍ଗରୁ ବାଲିଆପାଳ ଓ ଭୋଗରାଇର ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ଏରିଏଲ୍ ସର୍ଭେ କରିବା ପରେ ଦିନ ୧୧ଟା ବେଳେ ବାଲେଶ୍ୱର ପଦ୍ମାବତୀ ପାର୍କ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିବେ। ଏହାପରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ସହ କନଫରେନସ ହଲରେ ବନ୍ୟା ସ୍ଥିତି ମୁକାବିଲା ନେଇ ଆଲୋଚନା କରିବେ। ଏହି ସମୟରେ ବାଲେଶ୍ୱର ଜିଲ୍ଲାପାଳ ଓ ଏସପିଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିବେ।
More Stories
ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ…..
ଲାଗୁ ହେଲା BNSS ୧୬୩ ଧାରା….
ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ଉ…..