ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ବେଳେ ରୁକ୍ସନା ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ପ୍ରଥମେ ବଲାଙ୍ଗୀରର ଭୀମ ଭୋଇ ମେଡ଼ିକାଲ କଲେଜରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବରଗଡ଼ର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ତେବେ ରୁକ୍ସନାଙ୍କର ସ୍କ୍ରାବ୍ ଟାଇଫସରେ ମୃତ୍ୟୁ ଘଟିଥିବା ଜଣାଯାଇଛି। ତେବେ ଏନେଇ ଏମ୍ସ କର୍ତ୍ତୁପକ୍ଷଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । ରୁକ୍ସନାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ପ୍ରଶ୍ନ ଉଠାଇଛନ୍ତି । ତାଙ୍କ ମା’ ଓ ବଡ ଭଉଣୀ ଅଭିଯୋଗ କରିଛନ୍ତି ଯେ, ରୁକ୍ସନାଙ୍କୁ ସ୍ଲୋ ପଏଜନ ଦେଇ ତାଙ୍କୁ ମାରିଦିଆ ଯାଇଛି।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..